Biblia Todo Logo
Bib sou entènèt

- Piblisite -




ନିହିମୀୟା 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷାଯନ୍ତ୍ର ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମିରିଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲି।

Gade chapit la Kopi

ଓଡିଆ ବାଇବେଲ

15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।

Gade chapit la Kopi

ପବିତ୍ର ବାଇବଲ

15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମ ଦିନରେ ଦ୍ରାକ୍ଷାରସ ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝେଇ କରିବାର ମଧ୍ୟ ବିଶ୍ରାମ ଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ଯିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନରେ କୌଣସି ଖାଦ୍ୟ ବିକ୍ରୟ ନ କରିବାକୁ ମୁଁ ସେମାନଙ୍କୁ ସତର୍କ କଲି।

Gade chapit la Kopi




ନିହିମୀୟା 13:15
31 Referans Kwoze  

ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।


ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;


ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।


ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।


ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।


ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ।


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”


“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।


ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।


“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,


ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।


ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।


ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମବାର ପାଳନ କରିବେ।


ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,


ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?


Swiv nou:

Piblisite


Piblisite