Biblia Todo Logo
Bib sou entènèt

- Piblisite -




ନିହିମୀୟା 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ଵର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭମାନଙ୍କ ପିତୃପୁରୁଷମାନେ କ’ଣ ଏପରି କାର୍ଯ୍ୟ କଲେ ନାହିଁ ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି ? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭମାନଙ୍କ ପିତୃପୁରୁଷମାନେ କ’ଣ ଏପରି ବ୍ୟବହାର କରି ନ ଥିଲେ? ଆଉ ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମ ଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ କୋପ ଆଣୁଅଛ।”

Gade chapit la Kopi




ନିହିମୀୟା 13:18
16 Referans Kwoze  

ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।


ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।


ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।


ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।


ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?


Swiv nou:

Piblisite


Piblisite