Biblia Todo Logo
Bib sou entènèt

- Piblisite -




ନିହିମୀୟା 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;

Gade chapit la Kopi

ଓଡିଆ ବାଇବେଲ

23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍‍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;

Gade chapit la Kopi

ପବିତ୍ର ବାଇବଲ

23 ସେହି ସମୟରେ ଯେଉଁ ଯିହୁଦୀୟମାନେ ଅସଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି।

Gade chapit la Kopi




ନିହିମୀୟା 13:23
16 Referans Kwoze  

ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”


ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।


ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?


ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,


ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।


ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍‍ବଲ୍ଲଟ୍‍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।


ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।


ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;


ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;


ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।


ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”


ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।


ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


Swiv nou:

Piblisite


Piblisite