Biblia Todo Logo
Bib sou entènèt

- Piblisite -




ନିହିମୀୟା 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା। ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋ’ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।

Gade chapit la Kopi

ପବିତ୍ର ବାଇବଲ

18 ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା'ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ।

Gade chapit la Kopi




ନିହିମୀୟା 2:18
10 Referans Kwoze  

କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।


ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢାଲ ପ୍ରସ୍ତୁତ କଲେ।


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।


ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।


ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।


ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।


Swiv nou:

Piblisite


Piblisite