Biblia Todo Logo
Bib sou entènèt

- Piblisite -




ନିହିମୀୟା 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମୁଁ ବିନୟ କରୁଅଛି, ଆମ୍ଭେମାନେ ଏହି ସୁଧ ଛାଡ଼ି ଦେଉ।

Gade chapit la Kopi

ଓଡିଆ ବାଇବେଲ

10 ମଧ୍ୟ ମୁଁ, ମୋ’ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ

10 ମୁଁ, ମୋର ଆତ୍ମୀୟଗଣ ଏବଂ ମୋର ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ୟର ଉଧାର ଦେଉଅଛୁ। କିନ୍ତୁ ଆସ ସେମାନଙ୍କଠାରୁ ସୁଧ ଆଦାୟ କରିବା ନାହିଁ।

Gade chapit la Kopi




ନିହିମୀୟା 5:10
18 Referans Kwoze  

ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।


ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।


ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।


ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,


ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।


ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।


ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?


ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”


ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।


ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,


ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


Swiv nou:

Piblisite


Piblisite