Biblia Todo Logo
Bib sou entènèt

- Piblisite -




ନିହିମୀୟା 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହେ ମୋହର ପରମେଶ୍ଵର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେ ଯେ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

19 ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋ’ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

19 ହେ ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ଯ୍ୟ କରିଅଛି, ମୋର ତାହା ସବୁ ସ୍ମରଣ କର।

Gade chapit la Kopi




ନିହିମୀୟା 5:19
13 Referans Kwoze  

ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମବାର ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।


ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।


ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।


ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”


ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।


ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


Swiv nou:

Piblisite


Piblisite