Biblia Todo Logo
Bib sou entènèt

- Piblisite -




ନିହିମୀୟା 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆହୁରି, ସେ ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲା। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବିଧାନାନୁସାରେ ଅଷ୍ଟମ ଦିନ ମହାସଭା ହେଲା ।

Gade chapit la Kopi

ଓଡିଆ ବାଇବେଲ

18 ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।

Gade chapit la Kopi

ପବିତ୍ର ବାଇବଲ

18 ଆହୁରି ସେ ପ୍ରଥମ ଦିନାବଧି ଶେଷଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ। ଆଉ ନିୟମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।

Gade chapit la Kopi




ନିହିମୀୟା 8:18
7 Referans Kwoze  

ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।


ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।


ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।


ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।


Swiv nou:

Piblisite


Piblisite