Biblia Todo Logo
Bib sou entènèt

- Piblisite -




ନିହିମୀୟା 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲା; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ଵରେ ଠିଆ ହୋଇଥିଲା; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଉର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖରେ ସେହି ବ୍ୟବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନରେ ଛିଡ଼ା ହୋଇଥିଲେ। ସେ ବ୍ୟବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡ଼ା ହେଲେ।

Gade chapit la Kopi




ନିହିମୀୟା 8:5
6 Referans Kwoze  

ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।


ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।


ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।


ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।


ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।


Swiv nou:

Piblisite


Piblisite