Biblia Todo Logo
Bib sou entènèt

- Piblisite -




ନିହିମୀୟା 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

7 ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍‍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ

7 ଯେଶୂୟ, ବାନି, ଶେରେବିୟ, ଯାମୀନ୍, ଅ‌କ୍‌କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ୍, ଅସରିୟ, ଯୋଷାବଦ୍, ହାନନ୍, ପଲାୟ ଏହି ଲୋକମାନେ ଲେବୀୟ ଗୋଷ୍ଠୀର ଥିଲେ। ସେମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିଲେ।

Gade chapit la Kopi




ନିହିମୀୟା 8:7
27 Referans Kwoze  

ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।


ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”


ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍‍,


ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।


ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍‍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;


ହୋଦୀୟ, ହଶୂମ, ବେତ୍ସୟ,


ସରାୟ, ଅସରୀୟ, ଯିରିମୀୟ;


ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।


ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।


ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।


ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;


ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।


ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍‍, ଆମେନ୍‍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ।


ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।


ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।


ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।


Swiv nou:

Piblisite


Piblisite