Biblia Todo Logo
Bib sou entènèt

- Piblisite -




ନିହିମୀୟା 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ଵର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।

Gade chapit la Kopi

ପବିତ୍ର ବାଇବଲ

15 ସେମାନଙ୍କ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଦେଲ। ସେମାନଙ୍କ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ ଆଜ୍ଞା ଦେଲ, ‘ଯାଅ, ଭୂମିକୁ ନିଅ,’ ଯେଉଁଟାକି ତୁମ୍ଭେ ସେମାନଙ୍କୁ ଦେବା ପାଇଁ ଶପଥ କରିଥିଲ।

Gade chapit la Kopi




ନିହିମୀୟା 9:15
23 Referans Kwoze  

ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”


ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।


ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;


ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।


ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।


ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।


ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”


ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


Swiv nou:

Piblisite


Piblisite