Biblia Todo Logo
Bib sou entènèt

- Piblisite -




ନିହିମୀୟା 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ଦାସତ୍ଵାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ଵର ଅଟ , ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 ସେମାନେ ନିୟମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସେମାନେ, ସେମାନଙ୍କ ପାଇଁ କରିଥିବା ଆଶ୍ଚର୍ଯ୍ୟ କର୍ମମାନ ମନେ ରଖିଲେ ନାହିଁ। ସେମାନେ ଜି‌‌‌‌‌ଦ୍‌‌‌‌‌ଖୋର ଥିଲେ। ଦାସତ୍ୱ ଅବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତି କଲେ। “ତଥାପି ତୁମ୍ଭେ ସେମାନଙ୍କୁ କ୍ଷମା କରିବାକୁ ଉଦ୍ୟତ, କୃପାମୟ, ସ୍ନେହଶୀଳ, କ୍ରୋଧରେ ଧିର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ। ଏଣୁ ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।

Gade chapit la Kopi




ନିହିମୀୟା 9:17
43 Referans Kwoze  

ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।


ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।”


ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।


ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।”


ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।


ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।


ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;


ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,


ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;


ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”


ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ?


ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।


“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”


ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।


ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।


ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।


ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।


ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;


Swiv nou:

Piblisite


Piblisite