Biblia Todo Logo
Bib sou entènèt

- Piblisite -




ନିହିମୀୟା 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।

Gade chapit la Kopi

ଓଡିଆ ବାଇବେଲ

25 ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ

25 ତହିଁରେ ସେମାନେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ନେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଖାଇଲେ। ସେମାନେ ତୁମ୍ଭର ମହା ମଙ୍ଗଳ ଦାନରେ ଆନନ୍ଦ କଲେ।

Gade chapit la Kopi




ନିହିମୀୟା 9:25
25 Referans Kwoze  

ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।


ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;


ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।


ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।


ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।


ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।


ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;


ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,


ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


Swiv nou:

Piblisite


Piblisite