Biblia Todo Logo
Bib sou entènèt

- Piblisite -




ନିହିମୀୟା 9:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତା-ମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କ ବିପକ୍ଷରେ ସାକ୍ଷ୍ୟ ଦେଲେ, ସେମାନଙ୍କୁ ବଧ କଲେ ଓ ମହାବିରକ୍ତିଜନକ କାର୍ଯ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

26 ତଥାପି ସେମାନେ ଅନାଜ୍ଞାବହ ହେଲେ। ସେମାନେ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ। ସେମାନେ ତୁମ୍ଭର ବ୍ୟବସ୍ଥା ନିଜ ପଛକୁ ପକାଇଲେ। ତୁମ୍ଭର ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ସେମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣିବା ପାଇଁ ଯୁକ୍ତି କଲେ, ସେମାନଙ୍କୁ ହତ୍ୟା କଲେ ସେମାନେ ସେହି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀୟ କାର୍ଯ୍ୟ କଲେ।

Gade chapit la Kopi




ନିହିମୀୟା 9:26
35 Referans Kwoze  

ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;


ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।


ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।


ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।


ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।


“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।


ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।


ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,


ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।


Swiv nou:

Piblisite


Piblisite