Biblia Todo Logo
Bib sou entènèt

- Piblisite -




ନିହିମୀୟା 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳିଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ

29 ପୁନର୍ବାର ତୁମ୍ଭେ ସେମାନଙ୍କୁ ସତର୍କ କଲ। ତୁମ୍ଭେ ସେମାନଙ୍କୁ, ତୁମ୍ଭ ବ୍ୟବସ୍ଥା ନିକଟକୁ ଫେରିବା ପାଇଁ କହିଲ। କିନ୍ତୁ ସେମାନେ ବହୁତ ଗର୍ବୀ ଥିଲେ। ସେମାନେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ୟବସ୍ଥା ମାନନ୍ତି, ତେବେ ସେମାନେ ବାସ୍ତବରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ୟବସ୍ଥା ଭଙ୍ଗ କଲେ। ସେମାନେ ବହୁତ ଜି‌‌‌‌‌ଦ୍‌‌‌‌‌ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ୟାଖାନ କଲେ। ସେମାନେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।

Gade chapit la Kopi




ନିହିମୀୟା 9:29
34 Referans Kwoze  

ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,


ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;


ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।


କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।”


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!


ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।


“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;


ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।


ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”


ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”


ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”


ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।


ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।


ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?


ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”


ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।


Swiv nou:

Piblisite


Piblisite