Biblia Todo Logo
Bib sou entènèt

- Piblisite -




ନିହିମୀୟା 9:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ଵର ଅଟ।

Gade chapit la Kopi

ଓଡିଆ ବାଇବେଲ

31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।

Gade chapit la Kopi

ପବିତ୍ର ବାଇବଲ

31 “କାରଣ ତୁମ୍ଭେ ଦୟାବାନ, ତୁମ୍ଭେ ସେମାନଙ୍କୁ ପୁରାପୁରି ଧ୍ୱଂସ କଲ ନାହିଁ। ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ କାରଣ ତୁମ୍ଭେ କୃପାମୟ ଦୟାଳୁ ପରମେଶ୍ୱର ଅଟ।

Gade chapit la Kopi




ନିହିମୀୟା 9:31
15 Referans Kwoze  

କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।


ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ


କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”


ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।


ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।


ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।


Swiv nou:

Piblisite


Piblisite