Biblia Todo Logo
Bib sou entènèt

- Piblisite -




ନିହିମୀୟା 9:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

33 ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ଯ୍ୟନ୍ତ ଯାହା ଯାହା ଘଟିଅଛି, ସେ ସବୁରେ ତୁମ୍ଭେ ଧର୍ମମୟ ଅଟ। କାରଣ ତୁମ୍ଭେ ସତ୍ୟ ବ୍ୟବହାର କରିଅଛ। ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।

Gade chapit la Kopi




ନିହିମୀୟା 9:33
16 Referans Kwoze  

ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”


ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,


ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।


କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।


ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”


ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।


କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।


ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍‍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ।”


Swiv nou:

Piblisite


Piblisite