Biblia Todo Logo
Bib sou entènèt

- Piblisite -




ନିହିମୀୟା 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ଆମ୍ଭମାନଙ୍କ ରାଜଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ଵାରା ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

34 ପୁଣି ଆମ୍ଭମାନଙ୍କ ରାଜଗଣ, ରାଜପୁତ୍ରଗଣ, ଆମ୍ଭର ଯାଜକଗଣ ଓ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି। ସେମାନେ ତୁମ୍ଭର ଆଜ୍ଞା ଏବଂ ତୁମ୍ଭର ସତର୍କ ବାଣୀ ଶୁଣିଲେ ନାହିଁ, ଯାହା ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଦେଇଥିଲ।

Gade chapit la Kopi




ନିହିମୀୟା 9:34
13 Referans Kwoze  

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।


ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”


ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”


ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।


ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।


ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।


ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।


ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।


କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।


ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?


ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।


ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!


ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।


Swiv nou:

Piblisite


Piblisite