Biblia Todo Logo
Bib sou entènèt

- Piblisite -




ନିହିମୀୟା 9:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନଙ୍କ ପ୍ରତି ସେହି ଦେଶ ପ୍ରଚୁର ଫଳ ଉତ୍ପନ୍ନ କରୁଅଛି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ଵେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;

Gade chapit la Kopi

ଓଡିଆ ବାଇବେଲ

37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;

Gade chapit la Kopi

ପବିତ୍ର ବାଇବଲ

37 ଆଉ ଆମ୍ଭମାନଙ୍କ ପାପ ହେତୁ ତୁମ୍ଭେ ଯେଉଁ ରାଜଗଣଙ୍କୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନଙ୍କ ପ୍ରତି ସେହି ଦେଶ ପ୍ରଚୁର ଫଳ ଉତ୍ସର୍ଗ କରୁଅଛି। ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି। ଆଉ ଆମ୍ଭେମାନେ ମହା କ୍ଳେଶରେ ଅଛୁ।

Gade chapit la Kopi




ନିହିମୀୟା 9:37
11 Referans Kwoze  

ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?


ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।


ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।


ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।


ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।


Swiv nou:

Piblisite


Piblisite