Biblia Todo Logo
Bib sou entènèt

- Piblisite -




ନିହିମୀୟା 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ଲେବୀୟମାନଙ୍କ ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟରେ ଉଚ୍ଚୈଃସ୍ଵରରେ କ୍ରନ୍ଦନ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ, ଯେଶୂୟ, ବାନି, କ‌‌‌‌‌ଦ୍‌‌‌‌‌ମୀୟେଲ୍, ଶବନିୟ, ବୁନ୍ନି, ଶେରେବିୟ, ବାନି ଓ କନାନି ଲେବୀୟମାନଙ୍କ ପଛରେ ଛିଡ଼ା ହୋଇ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କଠାରେ ଉଚ୍ଚସ୍ୱରରେ କ୍ରନ୍ଦନ କଲେ।

Gade chapit la Kopi




ନିହିମୀୟା 9:4
13 Referans Kwoze  

ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।


ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”


ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।


ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।


ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।


ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।


Swiv nou:

Piblisite


Piblisite