Biblia Todo Logo
Bib sou entènèt

- Piblisite -




ନିହିମୀୟା 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଏହି ଲେବୀୟମାନେ କହିଲେ, ଉଠ, ଅନାଦି କାଳରୁ ଅନ; କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ଵିତ ନାମ ଧନ୍ୟ ହେଉ।

Gade chapit la Kopi

ଓଡିଆ ବାଇବେଲ

5 ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ଲେବୀୟମାନେ: ଯେଶୂୟ, କ‍ଦ୍‍ମୀୟେଲ, ବାନି, ହଶବନିୟ, ଶେରେବିୟ, ହୋଦିୟ, ଶବନିୟ, ଓ ପାଥାଦିୟ କହିଲେ, “ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର। “ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।

Gade chapit la Kopi




ନିହିମୀୟା 9:5
36 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।


ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।


ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।


ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।


ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?


ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”


ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।


ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;


ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।


“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।


କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”


ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।


ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।


ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;


Swiv nou:

Piblisite


Piblisite