Biblia Todo Logo
Bib sou entènèt

- Piblisite -




ନିହିମୀୟା 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ଵର୍ଗ, ସ୍ଵର୍ଗର ସ୍ଵର୍ଗ ଓ ତହିଁର ସମଗ୍ର ବାହିନୀ , ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛଜ ଓ ସ୍ଵର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭେ ହିଁ ପରମେଶ୍ୱର ଅଟ। ହେ ସଦାପ୍ରଭୁ, କେବଳ ତୁମ୍ଭେ ହିଁ ପରମେଶ୍ୱର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ୱର୍ଗ ସୃଷ୍ଟି କରିଅଛ। ଏବଂ ସ୍ୱର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଅଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧ୍ୟରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରତ୍ୟେକର ଜୀବନଦାତା। ସ୍ୱର୍ଗୀୟ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।

Gade chapit la Kopi




ନିହିମୀୟା 9:6
43 Referans Kwoze  

“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।


“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”


ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।


ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”


ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।


ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”


ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।


ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!


ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;


ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ମୁଁ ଓ ପିତା ଏକ।


ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।


ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]


ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।


ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


Swiv nou:

Piblisite


Piblisite