Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ

18 ମୋଶା ଓ ହାରୋଣ ଦ୍ୱିତୀୟ ମାସର ପ୍ରଥମ ଦିନରେ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କଲେ ଏବଂ ସେମାନଙ୍କର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡ଼ିଏ ବର୍ଷ କିମ୍ବା ତତୁର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କର ନାମ ଲେଖିଲେ।

Gade chapit la Kopi




ଗଣନା ପୁସ୍ତକ 1:18
7 Referans Kwoze  

ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,


ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।


ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,


କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।


ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‍ର ବଂଶ।


Swiv nou:

Piblisite


Piblisite