Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।

Gade chapit la Kopi

ଓଡିଆ ବାଇବେଲ

53 ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।

Gade chapit la Kopi

ପବିତ୍ର ବାଇବଲ

53 କିନ୍ତୁ ଲେବୀୟମାନେ ନିୟମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବେ ଓ ସେମାନେ ନିୟମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ୱରଙ୍କର କ୍ରୋଧ, ଇସ୍ରାଏଲର ଲୋକମାନଙ୍କ ଉପରେ ବ୍ୟାପିବ ନାହିଁ।”

Gade chapit la Kopi




ଗଣନା ପୁସ୍ତକ 1:53
26 Referans Kwoze  

ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”


ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।


ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।


ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।


ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”


ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;


ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।


ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।


ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।


ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।


ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।


କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।


ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,


ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।


Swiv nou:

Piblisite


Piblisite