Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ?

Gade chapit la Kopi

ଓଡିଆ ବାଇବେଲ

12 ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?

Gade chapit la Kopi

ପବିତ୍ର ବାଇବଲ

12 କ’ଣ ସେମାନେ ସମସ୍ତେ ମୋ'ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି?

Gade chapit la Kopi




ଗଣନା ପୁସ୍ତକ 11:12
20 Referans Kwoze  

ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,


ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।


ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦଙ୍କୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।


“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।


କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।


କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।


“ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।


ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;


ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;


ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,


ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”


ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”


Swiv nou:

Piblisite


Piblisite