Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି ଓ ସେ ଖରଭୁଜ ଓ ସେ ପରୁ ଓ ସେ ପିଆଜ ଓ ରସୁଣ (ମନରେ ପଡ଼େ);

Gade chapit la Kopi

ଓଡିଆ ବାଇବେଲ

5 ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭେମାନେ ମିଶର ଦେଶରେ ବିନା ମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡ଼େ। ଆମ୍ଭମାନଙ୍କର ମଧ୍ୟ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡ଼େ।

Gade chapit la Kopi




ଗଣନା ପୁସ୍ତକ 11:5
7 Referans Kwoze  

ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।


ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”


ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।


Swiv nou:

Piblisite


Piblisite