Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 13:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।

Gade chapit la Kopi

ଓଡିଆ ବାଇବେଲ

26 ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।

Gade chapit la Kopi

ପବିତ୍ର ବାଇବଲ

26 ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।

Gade chapit la Kopi




ଗଣନା ପୁସ୍ତକ 13:26
14 Referans Kwoze  

ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),


ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;


ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।


ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।


ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।


ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ।


କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।


ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।


Swiv nou:

Piblisite


Piblisite