Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।

Gade chapit la Kopi

ଓଡିଆ ବାଇବେଲ

33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ

33 “‘ତୁମ୍ଭମାନଙ୍କ ସନ୍ତାନଗଣ ଗ୍ଭଳିଶ୍ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣ କରିବେ ଓ ସେମାନେ ତୁମ୍ଭମାନଙ୍କର ଅବିଶ୍ୱସ୍ତତା ପାଇଁ ଯନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଗ୍ଭରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।

Gade chapit la Kopi




ଗଣନା ପୁସ୍ତକ 14:33
20 Referans Kwoze  

ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”


ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।


ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।


କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।


ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।


ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।


ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।


ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,


ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।


ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”


ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।


ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।


ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।


ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,


Swiv nou:

Piblisite


Piblisite