Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ସେମାନେ ଏକକୁ ଆରେକ କହିଲେ, ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।

Gade chapit la Kopi

ଓଡିଆ ବାଇବେଲ

4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।”

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ପରପ୍ପର ମଧ୍ୟରେ କଥା ହେଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରାଧାନ କରି ମିଶରକୁ ଫେରିଯିବା।”

Gade chapit la Kopi




ଗଣନା ପୁସ୍ତକ 14:4
11 Referans Kwoze  

ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,


ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ।


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା।


ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”


ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”


ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।


Swiv nou:

Piblisite


Piblisite