Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଦମଧୁପ୍ରବାହୀ ଅଟେ।

Gade chapit la Kopi

ଓଡିଆ ବାଇବେଲ

8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।

Gade chapit la Kopi

ପବିତ୍ର ବାଇବଲ

8 ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ, ସେହି ଦେଶ ଦୁ‌ଗ୍‌ଧମଧୁପ୍ରବାହୀ ଅଟେ।

Gade chapit la Kopi




ଗଣନା ପୁସ୍ତକ 14:8
15 Referans Kwoze  

ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।


ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।


କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।


ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”


ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


Swiv nou:

Piblisite


Piblisite