Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

25 ଆଉ ଯାଜକ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

25 “ଆଉ ଯାଜକ ଇସ୍ରାଏଲର ଲୋକମାନଙ୍କ ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ କରିବା ଉଚିତ୍; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜ ଉପହାର ଅର୍ଥାତ୍ ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣି ଅଛନ୍ତି।

Gade chapit la Kopi




ଗଣନା ପୁସ୍ତକ 15:25
13 Referans Kwoze  

ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।


Swiv nou:

Piblisite


Piblisite