Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ତଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।

Gade chapit la Kopi

ଓଡିଆ ବାଇବେଲ

35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”

Gade chapit la Kopi

ପବିତ୍ର ବାଇବଲ

35 ତା'ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟକୁ ଆଇନ ସଙ୍ଗତ ଦଣ୍ତ ଦିଆଯିବ। ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରେ ପଥର ପକାଇ ବଧ କରିବେ।”

Gade chapit la Kopi




ଗଣନା ପୁସ୍ତକ 15:35
11 Referans Kwoze  

ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।


ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।


ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;


ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”


ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।


Swiv nou:

Piblisite


Piblisite