Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।

Gade chapit la Kopi

ପବିତ୍ର ବାଇବଲ

19 ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ-ତମ୍ବୁଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ଉପସ୍ଥିତ ହେଲେ, ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।

Gade chapit la Kopi




ଗଣନା ପୁସ୍ତକ 16:19
12 Referans Kwoze  

ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।


ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।


ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।


ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।


ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।


ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”


ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।


Swiv nou:

Piblisite


Piblisite