Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।

Gade chapit la Kopi

ଓଡିଆ ବାଇବେଲ

21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”

Gade chapit la Kopi

ପବିତ୍ର ବାଇବଲ

21 “ତୁମ୍ଭେମାନେ ଏହି ମଣ୍ତଳୀଠାରୁ ପୃଥକ୍ ହୁଅ, ଆମ୍ଭେ ଏକନିମିଷରେ ସେମାନଙ୍କୁ ସଂହାର କରିବା।”

Gade chapit la Kopi




ଗଣନା ପୁସ୍ତକ 16:21
19 Referans Kwoze  

“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”


ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।”


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”


ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,


ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।”


ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ଯେହେତୁ ଆମ୍ଭେମାନେ ଏହି ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏହି ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇଅଛନ୍ତି।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”


Swiv nou:

Piblisite


Piblisite