Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଯେବେ ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯେବେ ସମସ୍ତ ଲୋକଙ୍କ ଦଣ୍ତ ଅନୁସାରେ ସେମାନଙ୍କ ଉପରେ ଦଣ୍ତ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

29 ଯଦି ଏହି ଲୋକମାନେ ସ୍ୱାଭାବିକ ଭାବରେ ମରନ୍ତି, ତେବେ ବୁଝିବେ ସଦାପ୍ରଭୁ ମୋତେ ପଠାଇନାହାନ୍ତି।

Gade chapit la Kopi




ଗଣନା ପୁସ୍ତକ 16:29
11 Referans Kwoze  

ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।


ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।


ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;


ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”


ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।


ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”


Swiv nou:

Piblisite


Piblisite