Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ତହିଁରେ ସେହି ଦଗ୍ଧ ଲୋକମାନେ ଯେ ଯେ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;

Gade chapit la Kopi

ଓଡିଆ ବାଇବେଲ

39 ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;

Gade chapit la Kopi

ପବିତ୍ର ବାଇବଲ

39 ତେଣୁ ଇଲୀୟାସର ସେହି ଦ‌ଗ୍‌ଧ ଲୋକମାନଙ୍କର କଂସାର ଅଙ୍ଗାରଧାନୀ ଏକତ୍ରିତ କଲା। ସେମାନେ ଯଜ୍ଞବେଦିର ଧାତୁ ଆଚ୍ଛାଦକ ରୂପେ ଏହାକୁ ପିଟି କଲେ।

Gade chapit la Kopi




ଗଣନା ପୁସ୍ତକ 16:39
5 Referans Kwoze  

ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”


ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।


ମାତ୍ର ନାଦବ୍‍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।


Swiv nou:

Piblisite


Piblisite