Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ।

Gade chapit la Kopi

ଓଡିଆ ବାଇବେଲ

40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।

Gade chapit la Kopi

ପବିତ୍ର ବାଇବଲ

40 ଏହି ଧାତୁ ଆଚ୍ଛାଦକ ଇସ୍ରାଏଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣଙ୍କ ପରିବାର ବ୍ୟତୀତ ଅନ୍ୟ କେହି ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କେହି ଏହି ସେବା କରିବ, ସେ କୋରହଙ୍କ ପରିବାରବର୍ଗ ପରି ହେବ ବୋଲି ଯାହା ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଜଣାଇ ଥିଲେ।

Gade chapit la Kopi




ଗଣନା ପୁସ୍ତକ 16:40
16 Referans Kwoze  

ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।


ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।


ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।


ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।


ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;


ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”


ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।


ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”


ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।


ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।


Swiv nou:

Piblisite


Piblisite