Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ଲେବୀୟମାନେ ସମାଗମ-ତମ୍ଵୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି,ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

23 ମାତ୍ର ଲେବୀମାନେ ସମାଗମ-ତମ୍ବୁର ସେବା କରିବେ ଓ ସେମାନେ ଏଥିପାଇଁ ଦାୟୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହେବ। କିନ୍ତୁ ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଦେଶ ଅଧିକାର ପାଇବେ ନାହିଁ।

Gade chapit la Kopi




ଗଣନା ପୁସ୍ତକ 18:23
10 Referans Kwoze  

ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।


ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।


ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।


ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।


ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।


କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।


Swiv nou:

Piblisite


Piblisite