Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

26 “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

26 “ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ମୋଟରୁ ପାଇଥିବା ଏକ ଦଶମାଂଶ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 18:26
7 Referans Kwoze  

ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।


ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।


ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।


ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।


କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।


Swiv nou:

Piblisite


Piblisite