Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ।

Gade chapit la Kopi




ଗଣନା ପୁସ୍ତକ 21:4
14 Referans Kwoze  

ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।


ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,


କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।


ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”


ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।


ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”


ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।


ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”


Swiv nou:

Piblisite


Piblisite