Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତହିଁରେ ବିଲୀୟମ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ‘ମୁଁ ପାପ କରିଅଛିʼ; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯେବେ ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।

Gade chapit la Kopi

ଓଡିଆ ବାଇବେଲ

34 ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”

Gade chapit la Kopi

ପବିତ୍ର ବାଇବଲ

34 ତହୁଁ ବିଲିୟମ ସଦାପ୍ରଭୁଙ୍କ ଦୂତକୁ କହିଲା, “ମୁଁ ପାପ କରିଅଛି, କାରଣ ତୁମ୍ଭେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ। ଏହା ମୁଁ ଜାଣି ନ ଥିଲି। ମୋ’ ଯାତ୍ରା ଯଦି ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଗୃହକୁ ଫେରିଯିବି।”

Gade chapit la Kopi




ଗଣନା ପୁସ୍ତକ 22:34
16 Referans Kwoze  

ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”


ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”


କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।


ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।


ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।


ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।


ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”


ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।


ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”


Swiv nou:

Piblisite


Piblisite