Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଅନନ୍ତର ବିଲୀୟମର ଆଗମନ ସମ୍ଵାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

36 ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

36 ବାଲାକ୍ ଶୁଣିଲା ଯେ, ବିଲିୟମ ଆସୁଅଛି, ତେଣୁ ସେ (ବାଲାକ୍) ମୋୟାବ ନଗରକୁ ବିଲିୟମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣ୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତରେ ସେହି ନଗର ଥିଲା।

Gade chapit la Kopi




ଗଣନା ପୁସ୍ତକ 22:36
14 Referans Kwoze  

ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।


ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।


“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।


ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।


ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।


ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,


ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।


ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।


ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।


ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”


Swiv nou:

Piblisite


Piblisite