Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ତହୁଁ ବିଲୀୟମ ବାଲାକଙ୍କୁ କହିଲା, ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଲି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ଵର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।

Gade chapit la Kopi

ଓଡିଆ ବାଇବେଲ

38 ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି ? ପରମେଶ୍ୱର ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”

Gade chapit la Kopi

ପବିତ୍ର ବାଇବଲ

38 ତହୁଁ ବିଲିୟମ ବାଲାକଙ୍କୁ କହିଲା, “ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ୱର, ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”

Gade chapit la Kopi




ଗଣନା ପୁସ୍ତକ 22:38
16 Referans Kwoze  

ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।


ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”


ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”


ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’


ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”


ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।


ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।


ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”


Swiv nou:

Piblisite


Piblisite