Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ଵ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।

Gade chapit la Kopi

ଓଡିଆ ବାଇବେଲ

17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।

Gade chapit la Kopi

ପବିତ୍ର ବାଇବଲ

17 “ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କିନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ‌‌ଉ‌‌ତ୍‌‌ଥିତ‌ ହେବ। ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ପରିବାରବର୍ଗକୁ ଚୂର୍ଣ୍ଣ କରିବ।

Gade chapit la Kopi




ଗଣନା ପୁସ୍ତକ 24:17
33 Referans Kwoze  

ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।


ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।


ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।


ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।


ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।


ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;


ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।


Swiv nou:

Piblisite


Piblisite