Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।

Gade chapit la Kopi

ଓଡିଆ ବାଇବେଲ

20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”

Gade chapit la Kopi

ପବିତ୍ର ବାଇବଲ

20 ଏହା ପରେ ସେ ଅମାଲେକ ପ୍ରତି ଦୃଷ୍ଟିକରି ଗୀତରେ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା। ମାତ୍ର ତାହା ମଧ୍ୟ ବିନଷ୍ଟ ହେବ।”

Gade chapit la Kopi




ଗଣନା ପୁସ୍ତକ 24:20
18 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”


ଏଥିରେ “ସେପରି କରାଯିବାକୁ” ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍‍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍‍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।


ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।


ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।


ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।


ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।


ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି


ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”


ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।


ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।


ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।


ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।


Swiv nou:

Piblisite


Piblisite