Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପରମେଶ୍ଵର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ଵାରା ସେମାନଙ୍କୁ ଭେଦ କରିବ।

Gade chapit la Kopi

ଓଡିଆ ବାଇବେଲ

8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।

Gade chapit la Kopi

ପବିତ୍ର ବାଇବଲ

8 “ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣିଛନ୍ତି। ସେମାନେ, ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ। ସେମାନେ ସେମାନଙ୍କର ବିରୋଧୀମାନଙ୍କୁ ପରାସ୍ତ କରିବେ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ୱାରା ସେମାନଙ୍କୁ ଭେଦ କରିବେ।

Gade chapit la Kopi




ଗଣନା ପୁସ୍ତକ 24:8
18 Referans Kwoze  

ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”


ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”


ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।


ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।


ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”


ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।


ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।


Swiv nou:

Piblisite


Piblisite