Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 27:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।

Gade chapit la Kopi

ଓଡିଆ ବାଇବେଲ

19 ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।

Gade chapit la Kopi

ପବିତ୍ର ବାଇବଲ

19 ଆଉ ସମସ୍ତ ମଣ୍ତଳୀ ଓ ଯାଜକ ଇଲିୟାସର ସମ୍ମୁଖରେ ତାହାଙ୍କୁ ଉପସ୍ଥିତ କରାଅ ଓ ତାଙ୍କୁ ତା'ର ଆଦେଶ ଦିଅ।

Gade chapit la Kopi




ଗଣନା ପୁସ୍ତକ 27:19
12 Referans Kwoze  

ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”


ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।


ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”


ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।


Swiv nou:

Piblisite


Piblisite