Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ ସପ୍ତମ ମାସରେ, ସେହି ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହିଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ଵନିର ଦିନ।

Gade chapit la Kopi

ଓଡିଆ ବାଇବେଲ

1 ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।

Gade chapit la Kopi

ପବିତ୍ର ବାଇବଲ

1 “ଆଉ ସପ୍ତମ ମାସର ପ୍ରଥମ ଦିନରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହେବା ଉଚିତ୍। ସେହି ଦିନରେ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ। ସେହି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ୱନି କରିବାର ଦିନ।

Gade chapit la Kopi




ଗଣନା ପୁସ୍ତକ 29:1
21 Referans Kwoze  

ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।


ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।


ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।


ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;


ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।


ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।


Swiv nou:

Piblisite


Piblisite