Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi

ଓଡିଆ ବାଇବେଲ

1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi

ପବିତ୍ର ବାଇବଲ

1 ସେହି ଦିନ ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କ ସଙ୍ଗେ କଥା ହେଲେ, ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

Gade chapit la Kopi




ଗଣନା ପୁସ୍ତକ 3:1
11 Referans Kwoze  

ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।


ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,


ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।


ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।


ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;


ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,


ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।


Swiv nou:

Piblisite


Piblisite