Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ଵ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

10 “ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିଯୁକ୍ତ କରିବ। ସେମାନେ ଯାଜକରୂପେ ସେବାକାର୍ଯ୍ୟ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆସେ, ତାକୁ ଆଇନ ସଙ୍ଗତ କାର୍ଯ୍ୟ କରିବ।”

Gade chapit la Kopi




ଗଣନା ପୁସ୍ତକ 3:10
25 Referans Kwoze  

ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।


ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।


କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;


ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”


ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;


ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;


ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।


ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।


ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।


ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।


ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?


ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।


କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।


ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।


ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”


Swiv nou:

Piblisite


Piblisite