Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।

Gade chapit la Kopi

ପବିତ୍ର ବାଇବଲ

16 ଏହାକୁ ଦେଖ, ଏହି ସ୍ତ୍ରୀ ଲୋକମାନେ ବିଲିୟମର ପରାମର୍ଶରେ ପିୟୋରଠାରେ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଆଗେଇ ନେଇଥିଲେ। ସେଥି ସକାଶେ ସଦାପ୍ରଭୁଙ୍କ ଲୋକମାନଙ୍କ ମଧ୍ୟରେ ମହାମାରୀ ହେଲା।

Gade chapit la Kopi




ଗଣନା ପୁସ୍ତକ 31:16
11 Referans Kwoze  

ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।


ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,


ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।


ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”


କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।


କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।


Swiv nou:

Piblisite


Piblisite